A Soulful Saraswati Bhajan - Vina Badini Saraswati - Studio Version | By Namita Agrawal

Namita Agrawal
Namita Agrawal
69.2 هزار بار بازدید - 6 سال پیش - ଅଇଲେ ମା ସରସ୍ବତୀ ନିର୍ମଳ ବର୍ଣ୍ଣେରତ୍ନ
ଅଇଲେ ମା ସରସ୍ବତୀ ନିର୍ମଳ ବର୍ଣ୍ଣେ
ରତ୍ନ ବିଭୂଷିତ କୁଣ୍ଡଳ କର୍ଣ୍ଣେ
ଗଳାରେ ଗଜମୋତି ମୁକୁତା ହାର
ଦିଅ ମା ସରସ୍ବତୀ ବିଦ୍ୟା ଭଣ୍ଡାର

ସରସ୍ଵତୀ ପୂଜା ମାଘମାସ ଶୁକ୍ଳପକ୍ଷ ପଞ୍ଚମୀତିଥି ଦିନ ପାଳନ କରାଯାଏ । ବିଦ୍ୟାପ୍ରାପ୍ତି ନିମିତ୍ତ ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀ ବିଦ୍ୟାଦାୟିନୀ, ହଂସବାହିନୀ, ବୀଣା ପୁସ୍ତକ ଧାରିଣୀ ଦେବୀ ସରସ୍ଵତୀଙ୍କର ପୂଜା ଓ ଆରାଧନା ଏଇ ଦିନ ମୁଖ୍ୟତଃ ଶିକ୍ଷାନୁଷ୍ଠାନରେ କରାଯାଏ । ଛାତ୍ରଛାତ୍ରୀମାନେ ପୂଜାମଣ୍ଡପକୁ ଅତି ମନୋରମ ଭାବେ ସଜାଇ ଥାଆନ୍ତି । ମାତା ସରସ୍ଵତୀଙ୍କର ପୂଜା ଓ ପୁଷ୍ପାଞ୍ଜଳୀ ଦେବା ପର୍ଯ୍ୟନ୍ତ ସେମାନେ ଉପବାସ ରଖିଥାନ୍ତି । ଏଇ ଦିନ ପିଲାମାନେ ଦେବୀ ସରସ୍ଵତୀଙ୍କର ଆଶୀର୍ବାଦ ପ୍ରାପ୍ତି ନିମିତ୍ତ ସେମାନଙ୍କର ପାଠ୍ୟପୁସ୍ତକ ଓ କଲମ ଆଦିକୁ ମାତାଙ୍କ ପାଖରେ ସମର୍ପଣ କରିଥାନ୍ତି ।

ମା ସରସ୍ଵତୀ ଶୁକ୍ଳ ବସ୍ତ୍ର ପରିଧାନ କରି କର୍ଣ୍ଣରେ ରତ୍ନବିଭୂଷିତ କୁଣ୍ଡଳ ଧାରଣ କରି ଗଳାରେ ଗଜମୋତି ଏବଂ ମୁକ୍ତାହାର ପିନ୍ଧି ଓ ହସ୍ତରେ ବୀଣା ଓ ପୁସ୍ତକ ଧାରଣ କରି ପଦ୍ମାସନରେ ଶ୍ଵେତପଦ୍ମ ଉପରେ ଅଧିଷ୍ଠାତ୍ରୀ ହୁଅନ୍ତି । ମା ସରସ୍ଵତୀ ବିଦ୍ୟାର୍ଥୀଙ୍କୁ ଓ ସଙ୍ଗୀତ ସାଧକଙ୍କୁ ଅଶେଷ କୃପା ପ୍ରଦାନ କରିଥାନ୍ତି ।

ଏହି ଦିନ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପଞ୍ଚପଲ୍ଲବ ଲାଗି ହୁଏ ଓ ରଥଯାତ୍ରା ନିମନ୍ତେ ରଥକାଠ ଅନୁକୂଳ କରାଯାଏ ।

ପୌରାଣିକ ମତରେ ଶ୍ରୀକୃଷ୍ଣ ଶ୍ରୀରାଧା ଏକତ୍ର ପୁଷ୍ପ ଆଭରଣ ମଣ୍ଡିତ ପୂର୍ବକ ଫଗୁ ବା ଚାଚେରୀ ଖେଳୁଥିବାର ସ୍ମୃତି ସ୍ଵରୂପ ବସନ୍ତ ପଞ୍ଚମୀ ପାଳିତ ହୋଇଥାଏ । ମାଘ ଶୁକ୍ଳ ପଞ୍ଚମୀରେ ଶ୍ରୀଜୀଉମାନଙ୍କର ଘୋଡ଼ବସ୍ତ୍ର କଢ଼ାଯାଇ ‘ଜାମାଲାଗି’ ବସ୍ତ୍ର ପିନ୍ଧାଯାଏ । ଉକ୍ତ ତିଥିରେ ଶ୍ରୀଜଗନ୍ନାଥଙ୍କର ପାରମ୍ପରିକ ରଥଯାତ୍ରାର ରଥ ନିର୍ମାଣ ନିମନ୍ତେ ପ୍ରଥମ କରି ରଥକାଠ ବନବିଭାଗରୁ ଶ୍ରୀକ୍ଷେତ୍ରକୁ ଆସି ରାଜନଅର ସମ୍ମୁଖରେ ତିନିବାଡ଼ର ତିନିରଥ ନିର୍ମାଣ ନିମନ୍ତେ ତିନିଗୋଟି କାଠକୁ ପାରମ୍ପରିକ ଭାବେ ପୂଜାର୍ଚ୍ଚନା କରାଯାଇ ଶୁଭ ଦିଆଯାଇଥାଏ । ସେହି ତିନିଗୋଟି କାଠଗଣ୍ଡିରେ ତିନିରଥର କୋଣଗୁଜ ନିର୍ମାଣ କରାଯାଇ ନୃସିଂହଙ୍କ ମୂର୍ତ୍ତି ଖୋଦେଇ କରାଯାଏ ।

ଶ୍ରୀ ଜୀଉ ମାଘ ଶୁକ୍ଳପଞ୍ଚମୀ ତିଥିରୁ ନିଜର ଶୀତବସ୍ତ୍ରକୁ ପରିହାର କରି ଗୈରିକ ବର୍ଣ୍ଣର ବସ୍ତ୍ର ପରିଧାନ କରନ୍ତି । ଭୋଗବିଳାସର ଋତୁ ବସନ୍ତର ଆଗମନରେ ପ୍ରଭୁ ନିଜେ ସମସ୍ତ ବିଳାସ ତ୍ୟାଗକରି ବ୍ରହ୍ମଚାରୀ ବେଶରେ ସମୟ ଅତିବାହିତ କରିବାକୁ ଏବଂ ସଂଯମୀ ହେବାକୁ ଭକ୍ତଙ୍କୁ ଆହ୍ଵାନ ଦେଇଥାନ୍ତି । ତେଣୁ ସେ ନିଜେ ହେଙ୍ଗୁ ଓ ହରଡ଼ ଗୁଣ୍ଡରେ ପ୍ରସ୍ତୁତ ବସନ୍ତ ପିଷ୍ଟକ ଗ୍ରହଣ କରିଥାନ୍ତି । ଶ୍ରୀମନ୍ଦିରରେ ବସନ୍ତ ଉତ୍ସବ ପାଳନ ସହ ଏହି ତିଥିରୁ ବେଣ୍ଟଯାତ୍ରା ଆରମ୍ଭ ହୋଇ ଦୋଳ ଯାଏଁ ଚାଲିଥାଏ । ବେଣ୍ଟଯାତ୍ରା ଠାକୁରଙ୍କର ଶିକାର ଯାତ୍ରା । ବୈଷ୍ଣବ ମତରେ ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କର ଏହା ବନଗମନ ସମୟ । ପ୍ରଭୁ ଶ୍ରୀଜଗନ୍ନାଥଙ୍କର ପ୍ରତିନିଥି ଭାବେ ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କର ବିଗ୍ରହ ବେଣ୍ଟପୋଖରୀ ପାଖକୁ ଶିକାରରେ ଯାଆନ୍ତି । ବେଣ୍ଟ ପୋଖରୀରେ ମୃଗ ଭାବେ ନଡ଼ିଆ ଏବଂ କସ୍ତୁରୀପୁଡ଼ିଆ ରଖାଯାଏ । ଠାକୁର ତାକୁ ବାଣ ସଂଯୋଗ କରନ୍ତି ।[୨]

ଏହି ଦିନ ଶ୍ରୀଜୀଉମାନଙ୍କର ସନ୍ଧ୍ୟାଧୂପ ପରେ ସରସ୍ଵତୀ ଦେବୀଙ୍କ ମନ୍ଦିରରେ ମାଦଳା ପାଞ୍ଜି ପୂଜା କରାଯାଏ ।

Goddess Saraswati is depicted as a beautiful woman dressed in pure white, often seated on a white lotus, which symbolizes light, knowledge and truth. She not only embodies knowledge but also the experience of the highest reality. Her dhyana mantra describes her to be as white as the moon, clad in a white dress, bedecked in white ornaments, radiating with beauty, holding a book & a pen in her hands. The book & the pen represent knowledge. Saraswati means "one who leads to essence of self-knowledge". Maa Saraswati is celebrated as a feminine deity with healing and purifying powers of abundant, flowing waters.

Hindus celebrate the festival of “Vasant Panchami” also known as “Saraswati Puja” and “Saraswati Jayanti” in all parts of India and mark the day by helping young children learn how to write alphabets on this day.



Subscribe to The Official YouTube Channel of Sarthak Music for getting new movie & song videos.
YouTube Link: @officialsidharthtv

Subscribe to The Official YouTube Channel of 91.9 SarthakFM for getting new song & new song video everyday.
@sidharthmusic

Subscribe to The Official YouTube Channel of Odia Agana for getting new bhajan, Odia folk & Odia Festival song videos.
@sidharthbhakti

Subscribe to The Official YouTube Channel of Odia E News for getting update all entertainment news videos.
@odiaenewsoen

Subscribe to The Official YouTube Channel of Namita Agrawal for unlimited devotional audio & video songs.
YouTube Link: @namitaagrawal

Subscribe to The Official YouTube Channel of Full Jatra for getting new Jatra videos.
YouTube Link: @sidharthjatraagana

Subscribe to The Official YouTube Channel of Odia Bhagabata for Sampurna Odia Bhagabata videos.
YouTube Link: @odiabhagabatasidharthmusic

Subscribe to The Official YouTube Channel JE for old super hit audio & videos.
YouTube Link: @jecassettecompany
YouTube Link: @sidharthsambalpuri
Like us on Facebook
Facebook: sarthakmusiconline
Facebook: SarthakFM
Facebook: odiaenews

Circle us on Google+ https://plus.google.com/u/0/b/1147511...
6 سال پیش در تاریخ 1397/04/02 منتشر شده است.
69,249 بـار بازدید شده
... بیشتر