Banaste Dakila Gaja - Raja Doli Song ରଜ ଦୋଳି ଗୀତ - ବନସ୍ତେ ଡାକିଲା ଗଜ Rajo Song | Sidharth Music

Sidharrth TV
Sidharrth TV
9.9 میلیون بار بازدید - 6 ساعت پیش - ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ୱିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଋତୁ ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ୱିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଆଷାଢ଼ ମାସରେ ପ୍ରଥମ ବର୍ଷାର ଆଗମନରେ ମେଘ ଓ ମାଟିର ମିଳନ ହୁଏ । ମାଟି ମା' ହୁଏ ରଜସ୍ୱଳା । କୃଷିପ୍ରଧାନ ଦେଶ ଭାବେ ଖ୍ୟାତି ଲାଭ କରିଥିବା ଆମଦେଶରେ ମାଟି ମା' ବହୁ କିସମର ଫସଲ ଫଳାଇ ଆମରି ହାତରେ ଅଜାଡ଼ି ଦିଏ । ମା'ଟିଏ ଯେମିତି ପ୍ରଜନନ ପୂର୍ବରୁ ବିଶ୍ରାମ ଆବଶ୍ୟକ କରେ, ସେମିତି ପ୍ରଜନନକ୍ଷମ ହେବାକୁ ଯାଉଥିବା ମାଟି ମା'କୁ ରଜ ତିନିଦିନ ବିଶ୍ରାମ ଦିଆଯାଏ ବୋଲି ବିଶ୍ୱାସ ଅଛି । ପହିଲି ରଜରେ ଆରମ୍ଭ ହୁଏ ପ୍ରସ୍ତୁତି ପର୍ବ । ତିନିଦିନ ଧରି ଧରଣୀ ମାତାକୁ ବିଶ୍ରାମ ଦିଆଯାଏ, ଯେଉଁଥିାଇଁ ଭୂ ଖନନ ବାରଣ କରାଯାଇଥାଏ । ମାତୃଜାତି ମଧ୍ୟରେ ଉତ୍ସାହ, ଉନ୍ମାଦନା ଓ ନୂତନ ଶକ୍ତି ଜାଗ୍ରତ କରିବା ପାଇଁ ପାଳନ କରାଯାଇଥାଏ ରଜପର୍ବ । କୁମାରୀମାନଙ୍କ ପାଇଁ ରଜପର୍ବ ହେଉଛି ତାଲିମ ପ୍ରଦାନକାରୀ ପର୍ବ । ଆଷାଢ଼ର ପହିଲି ବର୍ଷାରେ ମାଟି ମା'ର ପ୍ରଜନନ ଶକ୍ତି ଜାଗ୍ରତ ହୋଇଥାଏ, ଏହି କାରଣରୁ ଧରଣୀମାତାକୁ ରଜସ୍ୱଳା ସ୍ତ୍ରୀ ସହିତ ତୁଳନା କରାଯାଏ । ଅବିବାହିତା ଝିଅଙ୍କ ପାଇଁ ଗର୍ଭଧାରଣ କ୍ଷମତା ପ୍ରାପ୍ତିର ଏକ ସାଙ୍କେତିକ ପର୍ବ ହେଉଛି ରଜ ।
6 ساعت پیش در تاریخ 1403/07/13 منتشر شده است.
9,994,854 بـار بازدید شده
... بیشتر